ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ
ବାଲେଶ୍ୱର, (ସରୋଜ ପଣ୍ଡା) :-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଭାରତୀୟ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବାସାହେବ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି । ଆୟୋଜିତ ଏହି ଜିଲ୍ଲାସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ଆମ୍ବେଦକରଙ୍କ ଫଟୋଚିତ୍ରରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଭାରତରତ୍ନ ଡକ୍ଟର ଆମ୍ବେଦକର ଆମ ସମସ୍ତଙ୍କ ପାଇଁ ପ୍ରେରଣା ହୋଇଥିବା ବେଳେ ତାଙ୍କର ଆଦର୍ଶରେ ଅନୁପ୍ରାଣୀତ ହେବାକୁ ସେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ । ଅତିରିକ୍ତ ଜିଲାପାଳ ନୀଲୁ ମହାପାତ୍ର ଏଥିରେ ସଭାପତିତ୍ୱ କରିବା ସହିତ ଡକ୍ଟର ଆମ୍ବେଦକରଙ୍କ ବହୁମୁଖୀ ପ୍ରତିଭା ଓ ସ୍ୱାଧୀନ ଭାରତକୁ ତାଙ୍କର ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ । ବାଲେଶ୍ୱର ଉପ-ଜିଲାପାଳ କୁନାଲ ଚୌହାନ ଏଥିରେ ଯୋଗଦେଇ ସମ୍ବିଧାନ ପ୍ରଣେତା ଭାରତରତ୍ନ ଆମ୍ବେଦକରଙ୍କ ଜୀବନାଦର୍ଶ ଓ ଅବଦାନ ସମ୍ପର୍କର୍ରେ ବକ୍ତବ୍ୟ ରଖିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶତ୍ରୁଘ୍ନ ମଲ୍ଲିକ, ଗଗନ କୁମାର ସେଠୀ, ଦେବବ୍ରତ ପାଣିଗ୍ରାହୀ, ପଦ୍ମଲୋଚନ ମହାନ୍ତି, ଉର୍ମିଳା ମାଝୀ, ଗୌରାଙ୍ଗ ପାଣିଗ୍ରାହୀ, ଶୁଭେନ୍ଦୁ ଦାସ ପ୍ରମୁଖ ଏଥିରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କ୍ୟତୀ ପ୍ରତିଯୋଗୀଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା । ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ କୁମାର ସାହୁ କାର୍ଯ୍ୟକ୍ରମରେ ସଂଯୋଜନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।


