ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରଦର୍ଶନୀ 

ଛତ୍ରପୁର, (ଦେବଦତ୍ତ ମହାରଣା) : ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬୬ ଟି ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା । ସେଥି ମଧ୍ୟରୁ ଗଣିତ ବିଭାଗର ୨୭ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା ବେଳେ ସାହିତ୍ୟ ବିଭାଗର ୩୯ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଛତ୍ରପୁର ଗୋଷ୍ଠୀ ଶିକ୍ଷାଧିକାରୀ ସୀତାରାମ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାକୁ ଛତ୍ରପୁର ତହସିଲଦାର ପ୍ରକାଶ କୁମାର ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହ ପ୍ରକଳ୍ପ ଗୁଡିକ ବୁଲି ଦେଖିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ନୃସିଂହ ଚରଣ ମିଶ୍ର ଓ ଘନଶ୍ୟାମ ପଣ୍ଡା ଏବଂ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗିତାରାଣୀ ପାଣିଗ୍ରାହୀ ଯୋଗ ଦେଇଥିଲେ । ବିଚାରକ ଭାବେ ଅବସରପ୍ରାପ୍ତ ବିଆରସିସି ରବିନ୍ଦ୍ରନାଥ ଦାସ ଓ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବିଜୟ ରାଉଳ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ କାଳିପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ କୃଷ୍ଣଚନ୍ଦ୍ର ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ । ଉଦଯାପନୀ ଉତ୍ସବରେ ଛତ୍ରପୁର ବିଇଓ ସୀତାରାମ ପାତ୍ର ଅତିଥି ଭାବେ ଯୋଗ ଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । ମୋଟ ୬୬ ଟି ପ୍ରକଳ୍ପ ମଧ୍ୟରୁ ସାହିତ୍ୟ ବିଭାଗର କେରାଣ୍ଡିତୋଳା ନାରାୟଣପୁର ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ରଘୁନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଅଧିକାର କରିଛି । ସେହିପରି ଗଣିତ ବିଭାଗରେ ବଣବୁଣାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ