ଛତ୍ରପୁର ଠାରେ ବିଜେଡି ପକ୍ଷରୁ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଛତ୍ରପୁର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ବିଜୁ ଜନତା ଦଳ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଗୌରୀ ଶଙ୍କର ମନ୍ଦିର ନିକଟ ଲାଇନ ବନ୍ଧ ଠାରେ ତିଳତର୍ପଣ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଦଳୀୟ କର୍ମୀ ଏକାଠି ହୋଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହି ଅବସରରେ ଗୌରୀ ଶଙ୍କର ମନ୍ଦିର ପ୍ରାଙ୍ଗଣରେ ଏକ ସମୁହ ଦୀପଦାନ କାର୍ଯୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ସ୍ଥାନୀୟ ଲୋୟାର ବସଷ୍ଟାଣ୍ଡ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଧାୟକ ଶ୍ରୀ ବେହେରାଙ୍କ ନେତୃତ୍ୱରେ ଦଳୀୟ ନେତା ଓ କର୍ମୀ ମାନେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଶେଷରେ ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ବିଧାୟକ ଶ୍ରୀ ବେହେରାଙ୍କ ପୌରହିତ୍ୟରେ ଏକ ସ୍ମୃତି ସଭା ଓ ସମୁହ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ, ଗଞ୍ଜାମ ଏନଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକି, ଛତ୍ରପୁର ବିଜେଡି ନଗର ସଭାପତି ବି. ରାଜିବାବୁ, ଛତ୍ରପୁର ବ୍ଲକ ସଭାପତି ପ୍ରବାସୀ ପ୍ରଧାନ, ଛତ୍ରପୁର ବ୍ଲକ ର ଯୁବ ବିଜେଡି ସଭାପତି ସୁବାସ ଚନ୍ଦ୍ର ନାହାକ, ଗଞ୍ଜାମ ଏନଏସି ଯୁବ ବିଜେଡି ସଭାପତି ସୁଧିର କୁମାର ପାଢୀ, ବାନାମ୍ବର ପଲାଇ, ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୂରୀ, ୨୦ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଏମ୍‌. ଧନଞ୍ଜୟ ରେଡ୍ଡି, ୧୯ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ରଶ୍ମିତା ନାହାକ, ୨୧ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ଛବିତା ବେହେରା, ଟାଙ୍ଗଣାପଲ୍ଲୀ ସରପଂଚ ବି. ସୁଦାମ, ଶ୍ରୀରାମଚନ୍ଦ୍ରପୁର ପଂଚାୟତର ସମିତି ସଭ୍ୟ ଏସ୍‌. ଚକ୍ରପାଣି ରେଡ୍ଡି, ଛତ୍ରପୁର ଏନଏସିର ପୂର୍ବତନ ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରା, ପୂର୍ବତନ କାଉନସିଲର କିଶୋର ଚନ୍ଦ୍ର ସେନାପତି, ପୂର୍ବତନ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ, ସରକାରୀ ଓକିଲ ଭୈରବୀ କୁମାର ପଟ୍ଟନାୟକ, ମନୋଜ କୁମାର ପାଢୀ, ଡମିନାଥ ସାହୁ, ଛତ୍ରପୁର ବିଜୁ ଆଇନ ସାମ୍ମୁଖ୍ୟର ସଭାପତି ସୁରେଶ କୁମାର ପଣ୍ଡା, ସମ୍ପାଦକ ଏଲ. ଗୋପାଳ ରାଓଙ୍କ ସମେତ ଛତ୍ରପୁର ନିର୍ବାଚନ ମଣ୍ଡଳୀର ବହୁ ଦଳୀୟ ନେତା ଓ ନେତୃ ମଣ୍ଡଳୀଙ୍କ ସମେତ ବହୁ ଛାମୁଆ ନେତା ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ