ବଞ୍ଚୋରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧୋତ୍ସବ ପାଳିତ

ହାଟଡିହି, (ବିକାଶ ବିଶ୍ୱାଳ) :-ହାଟଡିହି ବ୍ଲକ ବଞ୍ଚୋ ଠାରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୫ତମ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ହାଟଡିହି ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ଜେନା, ପୁର୍ବତନ ସରପଞ୍ଚ ଶଶାଙ୍କ ଶେଖର ପୁହାଣ, ବିଜେଡି ସମ୍ପାଦକ ସତ୍ୟାନନ୍ଦ ମିଶ୍ର, ପ୍ରମୁଖ ଯୋଗଦେଇ ବିଜୁ ବାବୁଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ବିଜୁ ବାବୁଙ୍କ ଜୀବନାଦର୍ଶ ଉପରେ ମତବ୍ୟକ୍ତ କରିଥିଲେ । ଏହି ଉତ୍ସରେ ଅକରୁଆ ସରପଞ୍ଚ ହେମଲତା ବେହେରା, ହାବଳେଶ୍ୱରର ସରପଞ୍ଚ ରମାକାନ୍ତ ନାୟକ, ସମିତିସଭ୍ୟ ତାରିଣୀ ପ୍ରସାଦ ସେନାପତି, ସରପଞ୍ଚ ଦିନେଶ କୁମାର ସେଠୀ, ଧବଳେଶ୍ୱର ପଟ୍ଟନାୟକ, ସୁଧାକର ଓଝା, ପ୍ରଦୀପ ଜେନା, ମଦନ ମୋହନ ନନ୍ଦୀ, ରତ୍ନାକର ବିଶ୍ୱାଳ, ବାବୁଲା କାଣ୍ଡୀଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଓ ବିଜେଡି କର୍ମୀମାନେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ