ସଙ୍ଗୀତ ଜଗତ ପ୍ରତି ପ୍ରଫୁଲ୍ଲ କରଙ୍କ ଭଲପାଇବା ଓ ଏକାଗ୍ରତା ଥିଲା ବିରଳ : ଧର୍ମେନ୍ଦ୍ର

ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବରରେ ଟ୍ୱିଟ୍ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ୱିଟ୍ କରିଛନ୍ତି ଯେ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ, ସିନେମା ଓ ଆଧୁନିକ ସଙ୍ଗୀତରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ହୋଇ ରହିବେ । ତାଙ୍କ ସହ ମୋର ଅନେକ ଥର ସାକ୍ଷାତ୍ ହୋଇଛି । ସେ ଜଣେ ଅମାୟିକ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ସଙ୍ଗୀତ ଜଗତ ପ୍ରତି ତାଙ୍କର ଭଲପାଇବା ଓ ଏକାଗ୍ରତା ଥିଲା ବିରଳ, ଯାହା ସେ ଅତୀତରେ ପ୍ରମାଣିତ କରିଥିଲେ । ଅନେକ ସମ୍ମାନର ଅଧିକାରୀ ଶ୍ରୀ କରଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟିଲା । ସ୍ୱର୍ଗତ କରଙ୍କ ପ୍ରତିଟି କାଳଜୟୀ ଗୀତ ତାଙ୍କୁ ସବୁ ଦିନ ପାଇଁ ଅମର କରି ରଖିବ । ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ