ଜିଲ୍ଲାପାଳଙ୍କ ଦ୍ୱାରା ବାଇକ ଷ୍ଟାଣ୍ଡର ଉଦ୍ଘାଟିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ରାଣୀପେଣ୍ଠ ଠାରେ ଥିବା ଜିଲ୍ଲା ପୋଲିସ କାର୍ଯ୍ୟାଳୟ ପରିସରରେ ଏକ ବାଇକ ପାର୍କିଂ ଷ୍ଟାଣ୍ଡର ଉଦ୍ଘାଟିତ ହୋଇଯାଇଛି । ଏଥିରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଶୁଭ ଉଦ୍ଘାଟନ କରିଥିବା ବେଳେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପ୍ରମୁଖଙ୍କ ସମେତ ପଦସ୍ତ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ଏହି ନୂତନ ବାଇକ ଷ୍ଟାଣ୍ଡଟି ହେବା ଫଳରେ ଜିଲ୍ଲା ପୋଲିସ କାର୍ଯ୍ୟାଳୟକୁ ବିଭିନ୍ନ କାର୍ଯ୍ୟ ନିମନ୍ତେ ଯାଉଥିବା ଲୋକେ ଓ କର୍ମଚାରୀମାନେ ଉପକୃତ ହେବେ ବୋଲି କୁହାଯାଇଛି ।


