ହରଗୌରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ଛତ୍ରପୁର, (ଦେବଦତ୍ତ ମହାରଣା) :-ଛତ୍ରପୁର ବ୍ଲକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ହର ଗୌରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଦନା ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନର୍ମଦା କୁମାରୀ ଦେବୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କାମରାଜୁ ମହାରଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ନିଜର ଭବିଷ୍ୟତ ଗଠନ ପାଇଁ ନିର୍ଦ୍ଦିଷ୍ଠ ଲକ୍ଷ୍ୟ ନେଇ ଅଧ୍ୟୟନ କରିବା ପାଇଁ ପରାମର୍ଶ ଦେଇଥିଲେ । ମହିଳା ସ୍ୱେଚ୍ଛାସେବୀ ମାୟା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସହକାରୀ ଶିକ୍ଷୟତ୍ରୀ ରଶ୍ମିତା ପଟ୍ଟନାୟକ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ଜି. ବିଜୟଲକ୍ଷ୍ମୀ, ମନିତା ଆଚାର୍ଯ୍ୟ, ନିରୂପମା ମିଶ୍ର, ଶୁଭ୍ରଚଳା ବକ୍ସି, ପ୍ରଭାସିନୀ ସାହୁ, ସୁଧିର ସେଠୀ ପ୍ରମୁଖ ପରିଚାଳନା କରିଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଟ ଶିକ୍ଷୟତ୍ରୀ ସାଗରିକା ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ