ବୁଗୁଡା ଏନଏସିର ଦ୍ଵିତୀୟ କାଉନସିଲ ବୈଠକ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ର ଦ୍ଵିତୀୟ କାଉନସିଲ ବୈଠକ ଏପ୍ରିଲ ୨୯ ତାରିଖ ଦିନ ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ସମେତ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶ, ଓ ଉପାଧ୍ୟକ୍ଷା ଗୀତାଞ୍ଜଳୀ ପାଢ଼ୀ ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦାଶ ପ୍ରଥମ ବୈଠକରେ ଉପାଧ୍ୟକ୍ଷା ନିର୍ବାଚନ ଅନୁଷ୍ଠିତ ହୋଇଥିବା ପ୍ରକାଶ କରିବା ସହ ଦ୍ଵିତୀୟ ବୈଠକର କାର୍ଯ୍ୟସୂଚୀ ସମ୍ପର୍କରେ ଧାରଣା ପ୍ରଦାନ କରିଥିଲେ। ରାଜନୈତିକ ମନୋଭାବ ନରଖି ସମସ୍ତେ ମିଳିମିଶି ବୁଗୁଡା ସହରର ବିକାଶ ପାଇଁ କାର୍ଯ୍ୟ କରିବା ପାଇଁ ସମସ୍ତ କାଉନସିଲର ମାନଙ୍କୁ ବିଧାୟକ ଶ୍ରୀ ସାହୁ ଅନୁରୋଧ କରିଥିଲେ। ପାନୀୟ ଜଳଯୋଗାଣ, ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା ହୋଇଥିଲା। ସମସ୍ତ କାଉନସିଲର ଓ କର୍ମଚାରୀ ବୃନ୍ଦ ବୈଠକରେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ