ଭାତକରୁଆ ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ହାଟଡିହି, (ବିକାଶ ବିଶ୍ୱାଳ) :-ଭାତକରୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସାବିତ୍ରୀ ରାଉତଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ପ୍ରଧାନ ଶିକ୍ଷକ ସନାତନ ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁକ୍ୟ ଅତିଥି ଭାବେ ପୁର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶରତ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ଶାସଙ୍ଗ ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ପାତ୍ର, ବିଶିଷ୍ଟ ଅତିଥି ଭାବେ ସରପଞ୍ଚଙ୍କ ପ୍ରତିନିଧି ଚତୁର୍ଭୁଜ ସ୍ୱାଇଁ, ସମ୍ମାନୀତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧନେଶ୍ୱର ଖଣ୍ଡେଇ, ମିଳିତମଞ୍ଚର ସଭାପତି ହରମୋହନ ପଣ୍ଡା, ସମ୍ପାଦକ ମିହିର କୁମାର ପଣ୍ଡା, ଜିଲ୍ଲା ଶିକ୍ଷକ ସଂଘ ସମ୍ପାଦକ ଅନ୍ତର୍ଯ୍ୟାମି ରାଉତ, ସିଆରସିସି ବିଷ୍ଣୁ ପ୍ରସାଦ ସାହୁ, ଶିକ୍ଷକ ନେତା ଶ୍ରୀକାନ୍ତ ପଟ୍ଟନାୟକ, ଶିକ୍ଷାବିତ ବିଶ୍ୱନାଥ ମିଶ୍ର, ଘନଶ୍ୟାମ ଓଝା, ନାରାୟଣ ଚନ୍ଦ୍ର ସାହୁ ପ୍ରମୁଖ ଯୋଗଦେଇ ବିଦାୟୀ ଶିକ୍ଷୟତ୍ରୀଙ୍କ କର୍ମମୟ ଜିବନୀ ଉପରେ ଆଲୋକପାତ କରିବା ସହିତ ତାଙ୍କର ଅ୍ରବସର ଜୀବନ ଶୁଖମୟ ହେଉ ବୋଲି ପ୍ରାର୍ଥନା କରିଥିଲେ । ଏହି ଅବସରରେ ତାଙ୍କୁ ବିଦ୍ୟାଳୟ ପକ୍ଷରୁ ମାନପତ୍ର ଓ ଉପଢ଼ୌକନ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଅକ୍ଷୟ କୁମାର ଖଟୁଆ, ଦିପକ କୁମାର ନାୟକ, ହୃଦାନନ୍ଦ ପଣ୍ଡା, ସ୍କୁଲ କମିଟି ସଭାପତି ପ୍ରମିଳା ରଣା ଓ ଅନ୍ୟ ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଆଖପାଖ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଏହି ଉତ୍ସବରେ ଯୋଗଦେଇ ବିଦାୟୀ ଶିକ୍ଷକଙ୍କ ଗୁରଗାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ