ମହ୍ଲାରପଦା ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଅବସର ସମ୍ବର୍ଦ୍ଧନା

ହାଟଡିହି, (ବିକାଶ ବିଶ୍ୱାଳ) :-ମହ୍ଲାରପଦା ସ୍କୁଲର ପ୍ରଧାନ ଶିକ୍ଷକ ସୁଧାଶୁଂ ରାଉତଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏଥିଲାଗି ବିଦ୍ୟାଳୟ ପରିସରରେ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ମଦନ ମୋହନ ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସଭାରେ ମୁଖ୍ୟ ଅତିଥି ଭାବେ ପୁର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶରତ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ମୁଗୁପୁର ହାଇସ୍କୁଲର ପୁର୍ବତନ ପ୍ରଧାନ ଶିକ୍ଷକ ସନାତନ ଓଝା, ସମ୍ମାନୀତ ଅତିଥି ଭାବେ ହାଟଡିହି ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତ, ୩୭ନଂ ଜୋନର ଜିଲ୍ଲାପରିଷଦ ସଦସ୍ୟ ବିମ୍ବାଧର ବିଶ୍ୱାଳ, ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ କୁମାର ରାଉତ, ପୁର୍ବତନ ସମିତିସଭ୍ୟ ଅକ୍ଷୟ କୁମାର ବରାଳ, ତରତରା ପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ସନ୍ତୋଷ କୁମାର ସାମଲ, ସମିତିସଭ୍ୟ ଅରବିନ୍ଦ ପାତ୍ର, ଅକ୍ଷୟ କୁମାର ରାଉତ ପ୍ରମୁଖ ଯୋଗଦେଇ ବିଦାୟୀ ଶିକ୍ଷକଙ୍କ କର୍ମମୟ ଜୀବନୀ ୁପରେ ଆଲୋକପାତ କରିବା ସହିତ ତାଙ୍କର ଅବସର ଜୀବନ ଶୁଖମୟ ହେଉ ବୋଲି ପ୍ରାର୍ଥନା କରିବା ସହିତ ତାଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଶିକ୍ଷାବିତ ଶ୍ରୀକାନ୍ତ ପଟ୍ଟନାୟକ ମଞ୍ଚ ସଂଯୋଜନା କରିଥିବାବେଳେ ଶିକ୍ଷକ ଅନିରୁଦ୍ଧ ବିଶ୍ୱାଳ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଗ୍ରାମର କାଳନ୍ଦୀ ଚରଣ ମହାରଣା, ସୁନନ୍ଦ ସାହୁ, ରବିନ୍ଦ୍ର କୁମାର ସାହୁ, ଶାନ୍ତିଲତା ରାଉତ, ରଶ୍ମୀ ରଞ୍ଜନ ସାହୁ, ଗଣେଶ୍ୱର ପାତ୍ର, ଘନଶ୍ୟାମ ସାହୁ ପ୍ରମୁଖ ଯୋଗଦେଇ ବିଦାୟୀପ୍ରଧାନ ଶିକ୍ଷକଙ୍କ ସମ୍ପର୍କରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଶିକ୍ଷକ ଶରତ ଚନ୍ଦ୍ର ଓଝା, ମାନସ କୁମାର ଦାସ, ଆନନ୍ଦ ଚରଣ ସାହୁ, ରାଜଲକ୍ଷ୍ମୀ ଜେନା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପୁର୍ବତନ ସରପଞ୍ଚ ଶଶାଙ୍କ ଶେଖର ପୁହାଣ, ପୁର୍ବତନ ଜିଲ୍ଲାପରିଷଦ ସଦସ୍ୟ ସଞ୍ଜୟ କୁମାର ରାଉତ, ମାର୍କଣ୍ଡ ଚରଣ ଓଝା, ନାରାୟଣ ଚନ୍ଦ୍ର ଜେନା, ବିମଳ କିଶୋର ଜେନା, ବିନୟ କୁମାର ନାୟକ, ଦତ୍ତାତ୍ରୟ ରାୟସର୍ଦ୍ଦାର, ରତ୍ନାକର ଓଝାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ