ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଜଝାଙ୍ଗ ସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଦୁଇଜଣ ଆହତ ହୋଇଛନ୍ତି । ଜଣେ ବ୍ୟକ୍ତି ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଅଭିଯୋଗ କରିବାକୁ ଆସିଥିଲେ । ଅଭିଯୋଗ ସାରି ସେ ଫେରୁଥିବା ବେଳେ ତାଙ୍କୁ ଏକ ବାଇକ ଧକ୍କା ଦେଇଥିଲା । ଫଳରେ ସଂପୃକ୍ତ ବ୍ୟକ୍ତି ଜଣକ ଆହତ ହୋଇଥିଲେ । ଏଥିସହ ବାଇକ ଚାଳକ ଯୁବକ ଓ ବାଇକରେ ବସିଥିବା ମହିଳା ମଧ୍ୟ ଆହତ ହୋଇଥିଲେ । ଆହତମାନଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସମସ୍ତ ଆହତ ଚିକିତ୍ସାଧିନ ଥିବା ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ