ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କ ଯୋଗଦାନ
ବନ୍ତ, (ଚାନ୍ଦିନୀ ମହାନ୍ତି) :-ଓ.ଏ.ଏସ୍(ଏସ୍) ପାହ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ଶାନ୍ତନୁ କୁମାର ମହାନ୍ତି ଆଜି ଭଦ୍ରକ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟୀତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ଭୁବନେଶ୍ୱରସ୍ଥିତ ଓ.ଟି.ଡି.ସିର ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ । ଏଥିସହ ସେ ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାର ବିଡିଓ, ଉପଜିଲାପାଳ ଭାବେ ଦକ୍ଷତାର ସହିତ କାର୍ଯ୍ୟ କରି ଆସିଛନ୍ତି । ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପ୍ରତି ସେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି । ପ୍ରକାଶ ଥାଉକି, ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ ଅରୁଣ କୁମାର ମହାପାତ୍ର ଅବସର ନେବା ପରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ କୁଶଳ ଚନ୍ଦ୍ର ନାୟକ ଏହି ଦାୟୀତ୍ୱରେ ଥିଲେ ।


