କେନ୍ଦ୍ରାପଡା କଲେଜ ସମାଜବିଜ୍ଞାନ ସ୍ନାତ୍ତୋକତର ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମାଜବିଜ୍ଞାନ ସ୍ନାତ୍ତୋକତର ବିଭାଗ ପକ୍ଷରୁ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ବିଭାଗୀୟ ମୁଖ୍ୟ ଡଃ. ସୁଷମା ଶତପଥୀଙ୍କ ସମେତ ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଯୋଗଦେଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ କଲେଜକୁ ସ୍ୱାଗତ କରିଥିଲେ । କଲେଜ ଉପାଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ