ଆଦର୍ଶ ବିଦ୍ୟାଳୟରେ ନୂତନ ଛାତ୍ରଙ୍କୁ ସ୍ଵାଗତ 

ମୋହନା, (ଅଂଶୁମାନ ପଣ୍ଡା) :-ଗଜପତି ଜିଲ୍ଲା ମୋହନା ବ୍ଲକର ଗୁଣ୍ଡୀମା ଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ନୂତନ ଭାବେ ନାମ ଲେଖା ଯାଇଥିବା ଷଷ୍ଠ ଶ୍ରେଣୀର ୭6 ଜଣ ନୂତନ ଛାତ୍ର ଛାତ୍ରୀଙ୍କୁ ସ୍ଵାଗତ କରାଯାଇଛି । ଏହି କାର୍ଯ୍ୟକ୍ରମ ଆରମ୍ଭରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରିୟଙ୍କା ଛଟେଇ ଦୀପ ପ୍ରଜ୍ବଳନ କରି ଛାତ୍ରଛାତ୍ରୀଙ୍କୁ ସ୍ଵାଗତ କରିଥିଲେ । ପରେ ବିଦ୍ୟାଳୟର ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ଚନ୍ଦନ ଲଗାଇ ପୁଷ୍ପ ଗୁଚ୍ଛ ଦେଇ ସ୍ଵାଗତ କରାଯିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଷଷ୍ଠ ଶ୍ରେଣୀର ଛାତ୍ର ଛାତ୍ରୀ ମାନେ ଭିନ୍ନଭିନ୍ନ ଚିତ୍ର ଅଙ୍କନ କରି ମନ ମୋହିଥିଲେ । କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ