କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ଫସଲ ବୀମା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ନିଆଳ ଗ୍ରାମ ପଂଚାୟତର ଶତାଧିକ ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଜନିତ କ୍ଷତିପୁରଣ ପାଉ ନଥିବା ନେଇ ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ କରିଛନ୍ତି । ଗତ ୨୦୨୧-୨୨ ଆର୍ଥିକ ବର୍ଷରେ ସେହି ଅଞ୍ଚଳର ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା କରିଥିଲେ । ପ୍ରବଳ ବର୍ଷା ଓ ଲଘୁଚାପ ଯୋଗୁଁ ଫସଲ ସଂପୂର୍ଣ୍ଣ ନଷ୍ଟ ହୋଇ ଯାଇଥିଲା । କିନ୍ତୁ ପ୍ରଧାନମନ୍ତ୍ରୀ ଫସଲ ବୀମା କରିଥିଲେ ମଧ୍ୟ ଏହି କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ବୀମା କ୍ଷତିପୁରଣ ମିଳିନଥିବାରୁ ପୂର୍ବତନ ଜିଲ୍ଲା ପରିଷଦ ସଭାପତି ଶ୍ରୀଧର ସ୍ୱାଇଁଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲଙ୍କୁ ଭେଟି ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ଚାଷୀ ମାନଙ୍କୁ ବୀମା ରାଶି ପ୍ରଦାନ କରିବାକୁ ଦାବି କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ