ଚମାଖଣ୍ଡି ହାଇସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଛତ୍ରପୁର, (ଦେବଦତ୍ତ ମହାରଣା) :-ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ହାଇସ୍କୁଲ ଠାରେ ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ହାଇସ୍କୁଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଛତ୍ରପୁର ବିଡିଓ ସାରଦା ପ୍ରସନ୍ନ ପଣ୍ଡା, ଚମାଖଣ୍ଡି ସରପଂଚ ସି. ଏଚ. ମନୋଜ ରେଡ୍ଡୀ ଓ ଛତ୍ରପୁର ଗୋଷ୍ଟୀ ଶିକ୍ଷାଧିକାରୀ ସୀତାରାମ ପାତ୍ର, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରମୁଖ ଯୋଗ ଦେଇ ହାଇସ୍କୁଲ ପରିସରରେ ବୃକ୍ଷରୋପଣ କରିଥିଲେ । ଏହି ଅବସରରେ ଡାଳିମ୍ବ, ସୀତାଫଳ, ପିଜୁଳି ଓ ନଡିଆ ସମେତ ବିଭିନ୍ନ କିସମର ବୃକ୍ଷ ରୋପଣ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀ ମାନେ ପରିଚାଳନା କରିଥିବା ବେଳେ ବହୁ ଛାତ୍ର ଛାତ୍ରୀ ମାନେ ସହ ଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ