ବଜ୍ରାଘାତରେ ମହିଳା ଗୁରୁତର

ହିଞ୍ଜିଳିକାଟୁ, (ଶେଷଦେବ ସାହୁ) :-ଶନିବାର ସକାଳେ ହିଞ୍ଜିଳିକାଟୁ ବ୍ଲକ୍ ଡି ପାଟପୁର ଗ୍ରାମରେ ବ୍ରଜ୍ରାଘାତ ଘଟି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମର କାଳିଆ ରାଉତ (୩୫)। ସ୍ଥାନୀୟ ଲୋକେ ଆହତ ମହିଳାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ପ୍ରକାଶ ଯେ ଶନିବାର ସକାଳ ପ୍ରାୟ ୮ ଘଣ୍ଟା ସମୟରେ ମହିଳା ଜଣଙ୍କ ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ ଘଟିଥିଲା ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ