କାଳିପଲ୍ଲୀ ଗ୍ରାମରେ ମୋ ତହସିଲ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା) : ତହସିଲ ଅନ୍ତର୍ଗତ କାଳିପଲ୍ଲୀ ଠାରେ ଛତ୍ରପୁର ତହସିଲଦାର ପ୍ରକାଶ କୁମାର ମିଶ୍ରଙ୍କ ତତ୍ୱାବଧାନରେ ମୋ ଗାଁ ରେ ତହସିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବସୁନ୍ଧରା, ମ୍ୟୁଟେସନ୍‌, ଇ ପାଉତି, ଗ୍ରାମ କଣ୍ଟକ ଭଳି ରାଜସ୍ୱ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ସେବା ଗୁଡିକ ସମ୍ପର୍କରେ ଉପସ୍ଥିତ ଥିବା ହିତାଧିକାରୀ ମାନଙ୍କୁ ସଚେତନତା କରାଯିବା ସହ ୪୦ ଜଣଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଛି । ୨୫ ଜଣ ଙ୍କୁ ଇ ପାଉତି ଓ ୨୫ ଜଣଙ୍କୁ ପଟ୍ଟା ବଣ୍ଟନ କରାଯାଇଛି । ଅନ୍ୟ ମାନଙ୍କ ମଧ୍ୟରେ କାଳିପଲ୍ଲୀ ସରପଂଚ ବି. ଲକ୍ଷ୍ମୀ ପାତ୍ର, ଯୁବ ନେତା ବି. ଚନ୍ଦ୍ରମଣି ପାତ୍ର, ଅତିରିକ୍ତ ତହସିଲଦାର ଜସ୍ମିନ ପ୍ରଧାନ ଓ କବିରାଜ ଆର୍ଯ୍ୟଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ଜନ ସାଧାରଣ ଉପସ୍ଥିତ ରହି ସେମାନଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆବେଦନ ଓ ପ୍ରମାଣପତ୍ର ଗ୍ରହଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ