ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ରାୟଗଡ ଖଣ୍ଡ ଅନ୍ତର୍ଗତ ନାରାୟଣପୂର ପଞ୍ଚାୟତର ସେବକପୂର ଗ୍ରାମ ଠାରେ ପର୍ଶୁରାମ ଗୁରୁକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାୟଗଡ ଖଣ୍ଡ ସେବା ପ୍ରମୁଖ ବୁଦ୍ଧିଆ ଶବରଙ୍କ ନେତୃତ୍ବରେ ବିଦ୍ୟାଳୟ ପରିସରରେ ବିଭିନ୍ନ କିସମର ବୃକ୍ଷରୋପଣ କରାଯାଇଥିଲା l ଏଥିରେ ଅନୁଷ୍ଠାନର ସମସ୍ତ କର୍ମଚାରୀ, ଖଣ୍ଡର କାର୍ଯ୍ୟକର୍ତ୍ତା, ସ୍ଵଂୟ ସେବକ ପ୍ରମୁଖ ଉପସ୍ଥିତ ଥିଲେ l ଉକ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସହଯୋଗ କରିଥିଲେ I