ଶାସଙ୍ଗ ହାଇସ୍କୁଲରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ହାଟଡିହି, (ବିକାଶ ବିଶ୍ୱାଳ) :-ଶାସଙ୍ଗ ପଞ୍ଚାୟତ ହାଇସ୍କୁଲରେ ୮ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏଥିରେ ପ୍ରଧାନଶିକ୍ଷକ ସୁରେନ୍ଦ୍ର କୁମାର ପାତ୍ର, ଏନସିସି ଅଫିସର ଶିଶିର କୁମାର ବିଶ୍ୱାଳ, ଶିକ୍ଷକ ରାଧାକୃଷ୍ଣ ପତି, ନବକିଶୋର ବିଶ୍ୱାଳ, ମାଧବାନନ୍ଦ ଜେନା, ଲଷ୍ମୀକାନ୍ତ ମିଶ୍ର, ପଦ୍ମନାଭ ପଣ୍ଡା, ଶାନ୍ତନୁ କୁମାର ରାଉତ, ପ୍ରଦୀପ କୁମାର ସ୍ୱାଇଁ ପ୍ରମୁଖ ଯୋଗଦେଇ ଯୋଗଦ୍ୱାରା ମାନସିକ ଶାନ୍ତି ସହ ଶରୀର ସୁସ୍ଥ ରହିଥାଏ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପାତ୍ର ଛାତ୍ରଛାତ୍ରୀ ମାନଙ୍କୁ ଯୋଗ ଶିକ୍ଷା ପ୍ରଦାନ କରିଥିଲେ । ରମେଶ ଚନ୍ଦ୍ର ନାୟକ, ସତ୍ୟବ୍ରତ ବିଶ୍ୱାଳ, ପର୍ଶୁରାମ ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


