ଅବସରପ୍ରାପ୍ତ ପ୍ରଶାସକ ଶୁକଦେବ ପଣ୍ଡାଙ୍କ ଶ୍ରଦ୍ଧାଞ୍ଜଳି ସଭା
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ଶୁକଦେବ ପଣ୍ଡାଙ୍କ ଦ୍ୱାଦଶାହ ଅବସରରେ ଟାଉନବଳରାମପୁରସ୍ଥିତ ଶ୍ରଦ୍ଧାଞ୍ଜଳି ପ୍ୟାଲେସ ମଣ୍ଡପରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ରାଜ୍ୟ ବିଜେଡି ଯୁଗ୍ମ ସମ୍ପାଦକ ରାଜେଶ ପଣ୍ଡାଙ୍କ ସଂଯୋଜନା ଏବଂ କେନ୍ଦ୍ରାପଡା ବିକାଶ ସାମ୍ମୁଖ୍ୟ ସମ୍ପାଦକ ଅଧ୍ୟାପକ ଅଜୟ କୁମାର ସାମଲଙ୍କ ପୈାରହିତ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇ, ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା, ସୁମନ୍ତ ବିଶ୍ୱାଳ, ହୃଷିକେଶ ସ୍ୱାଇଁ, ପଣ୍ଡିତ ହୃଷିକେଶ ରଥ, ଭାଗିରଥୀ ଜେନା, ସାମ୍ବାଦିକ ଗଣେଶ ଚନ୍ଦ୍ର ସାମଲ, ସୁରେଶ ଚନ୍ଦ୍ର ପଟ୍ଟନାୟକ, ବରିଷ୍ଠ ବିଜେଡି ନେତା ଭଜକୃଷ୍ଣ ରାଉତ, ପୂର୍ବତନ ନଗରପାଳ ମହମ୍ମଦ ଆକବର ଅଲ୍ଲୀ, ଗଦାଧର ମଲ୍ଲିକ, ଅଲେଖ ଚନ୍ଦ୍ର ମହାନ୍ତି, ପୂର୍ବତନ ନଗରପାଳ ଧିରେନ ସାହୁ, ପୁତ୍ର ଶ୍ରୀକାନ୍ତ ଓ ଶ୍ରୀମନ୍ତ, ଦୁଇ ଝିଅ ଓ ଦୁଇ ଜ୍ୱାଇଁ କବି ପ୍ରସାଦ ମିଶ୍ର ଏବଂ ରମେଶ ଚନ୍ଦ୍ର ଦାଶ ପ୍ରମୁଖ ଯୋଗଦେଇ ଅବସରପ୍ରାପ୍ତ ପ୍ରଶାସକ ସ୍ୱର୍ଗତ ପଣ୍ଡାଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିବା ସହ ତାଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ପ୍ରଥମେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯିବା ପରେ ସ୍ୱର୍ଗତ ପଣ୍ଡାଙ୍କ ଫଟୋଚିତ୍ରରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।