କେନ୍ଦ୍ରାପଡା କଲେଜ ଦର୍ଶନଶାସ୍ତ୍ର ବିଭାଗରେ ବିଦାୟକାଳୀନ ଉତ୍ସବ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗରେ ଏକ ବିଦାୟକାଳୀନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଅଧ୍ୟାପକ ସତ୍ୟରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଦେଶ୍ୟରେ ତାଙ୍କର ବହୁମୂଲ୍ୟ ପ୍ରେରଣାଦାୟକ ବକ୍ତବ୍ୟ ରଖିଥିଲେ । ବିଭାଗୀୟ ଅଧ୍ୟାପକ ସତ୍ୟରଞ୍ଜନ ମିଶ୍ର ଓ ଅଚ୍ୟୁତରଞ୍ଜନ ଭୂୟାଁ ଶେଷବର୍ଷର ଛାତ୍ରଛାତ୍ରୀମାନଙ୍କୁ ସେମାନେ କିଭଳି ନିଜର ଏକ ସୁନ୍ଦର ଭବିଷ୍ୟତ ଗଠନ କରିପାରିିବେ ସେ ସମ୍ପର୍କରେ ବିଭିନ୍ନ ଉପାଦେୟ ପରାମର୍ଶ ଦେଇଥିଲେ । ଶେଷବର୍ଷର ଛାତ୍ରଛାତ୍ରୀମାନେ ବିତାଇଥିବା ଦିନଗୁଡିକରେ ସେମାନଙ୍କ କଲେଜ ଓ ବିଭାଗ ସମ୍ପର୍କରେ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଦର୍ଶନଶାସ୍ତ୍ର ବିଭାଗର ସମସ୍ତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ବିଭାଗର ପ୍ରଥମ ଓ ଦ୍ୱିତିୟ ବର୍ଷର ଛାତ୍ରଛାତ୍ରୀମାନେ ସମସ୍ତ କାର୍ଯ୍ୟକ୍ରମର ଆୟୋଜନ ଓ ପରିଚାଳନା କରିଥିଲେ । ଶେଷରେ ବିଭାଗୀୟ ଅଧ୍ୟାପକ ବିଭାଗର ଶେଷବର୍ଷର ଛାତ୍ରଛାତ୍ରୀମାନଙ୍କୁ ଗୋଟିଏ ଗୋଟିଏ ଆଶ୍ଚର୍ଯ୍ୟଜନକ ଉପହାର ପ୍ରଦାନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ