ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରିଡା ମନ୍ତ୍ରଣାଳୟ ଅଧିନସ୍ଥ ନେହେରୁ ଯୁବ କେନ୍ଦ୍ର ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି । ପାରଳାଖେମୁଣ୍ଡି ଠାରେ ଥିବା ୟୁଟେକ କମ୍ପ୍ୟୁଟର ପ୍ରଶିକ୍ଷଣ ପରିସରରେ ଉଲ୍ଲେଖିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ବରିଷ୍ଠ ଶିକ୍ଷାବିତ ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା ଯୋଗ ଦେଇଥିବା ବେଳେ ପ୍ରଧାନ ଶିକ୍ଷକ ତିରୁପତି ପ୍ରସାଦ ପଣ୍ଡା, ୟୁଟେକ କମ୍ପୁଟର ପ୍ରଶିକ୍ଷଣ କେନ୍ଦ୍ରର ମୁଖ୍ୟ ଲୋକନାଥ ମିଶ୍ର, ସଖୀୱାନଷ୍ଟପ କେନ୍ଦ୍ରର କେସ ୱାର୍କର ମୋହିନୀ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଯୁବକ ସଂଘ ସହ ବହୁ ଯୁବକ ଓ ଯୁବତୀ ଯୋଗଦେଇ ଥିଲେ । ଅତିଥିମାନେ ଏହି କାର୍ଯ୍ୟକ୍ରମର ପ୍ରମୁଖତା ଉପରେ ନିଜ ନିଜର ବକ୍ତବ୍ୟ ରଖିବା ସହ ସଚେତନତା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପ୍ରାୟ ୫୦ରୁ ଉର୍ଦ୍ଧ ଯୁବକ ଓ ଯୁବତୀ ଅଂଶଗ୍ରହଣ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ବିଜୟ କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ହୋଇଥିବା ବେଳେ ନେହେରୁ ଯୁବକେନ୍ଦ୍ରର ସ୍ୱେଚ୍ଛାସେବୀ ବି.ଭବାନୀ ପ୍ରସାଦ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।


