ଉଜ୍ଜ୍ୱଳ ଭାରତ, ଉଜ୍ଜ୍ୱଳ ଭବିଷ୍ୟ ମହୋତ୍ସବ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :ଆଜାଦୀ କା ଅମ୍ରିତ ମହୋତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାରେ ବିଦ୍ୟୁତ କ୍ଷେତ୍ରରେ ହୋଇଥିବା ପ୍ରଗତି ଏବଂ ୨୦୪୭ ବର୍ଷ ପର୍ଯ୍ୟନ୍ତ ଥିବା ଆଶା ଓ ଆକାଂକ୍ଷା ଉପରେ “ଉଜ୍ଜ୍ୱଳ ଭାରତ, ଉଜ୍ଜ୍ୱଳ ଭବିଷ୍ୟ” ଜିଲ୍ଲା ସ୍ତରୀୟ ମହୋତ୍ସବ ଅନୁଷ୍ଠିତ ହେବ । ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡାଙ୍କ ସୂଚନା ଅନୁଯାୟୀ ଆସନ୍ତା ୨୭ତାରିଖରେ କେନ୍ଦ୍ରାପଡା ପୈାରସଂସ୍ଥା ଟାଉନହଲ ପରିସରରେ ଏବଂ ୨୯ତାରିଖରେ ପଟ୍ଟାମୁଣ୍ଡାଇ କଲ୍ୟାଣ ମଣ୍ଡପରେ ‘ଉଜ୍ଜ୍ୱଳ ଭାରତ, ଉଜ୍ଜ୍ୱଳ ଭବିଷ୍ୟ’ ମହୋତ୍ସବ ଅନୁଷ୍ଠିତ ହେବ । ବିଜୁଳି ଶକ୍ତି ସଂରକ୍ଷଣ, ଉପଭୋକ୍ତା ଅଧିକାର, ପ୍ରତ୍ୟେକ ଗୃହକୁ ବିଦ୍ୟୁତ୍‌ କରଣ ସହ ଉପଭୋକ୍ତାମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଉତ୍ସବ ପାଳନର ମୂଳ ଲକ୍ଷ୍ୟ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକଙ୍କ ସହ ପଞ୍ଚାୟତ ସମିତି ଓ ପୈାର ପରିଷଦର ଅଧ୍ୟକ୍ଷ, ବୁଦ୍ଧିଜୀବୀ ଓ ଜନସାଧାରଣଙ୍କ ସହିତ ୨ଶହ ହିତାଧିକାରୀ ଯୋଗଦେଇ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ଶ୍ରୀ ପଣ୍ଡା ସୂଚନା ଦେଇଥିବା ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହଙ୍କ ଠାରୁ ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ