କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ବୁଷ୍ଟର୍ ଡୋଜ୍ ଟିକା ଅଭିଯାନ ଶିବିର
ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକ ଅଧ୍ୟାପିକାଙ୍କ ପାଇଁ ଏକ ବୁଷ୍ଟର୍ ଡୋଜ୍ କରୋନା ଟିକା ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି I ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ବାଲୁଙ୍କେଶ୍ୱର ଷଡ଼ଙ୍ଗୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନାରେ ଏକ ମେଡିକାଲ୍ ଟିମ୍ ଆସି ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀଙ୍କୁ ବୁଷ୍ଟର ଡୋଜ୍ ଟୀକାକରଣ କରିଥିଲେ I ଏହି ଅବସରରେ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ଷଡ଼ଙ୍ଗୀ କୋଭିଡର ସମସ୍ତ ମାର୍ଗଦର୍ଶିକାର ଅନୁପାଳନ ସହିତ ମାସ୍କ ବ୍ୟବହାର କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ I ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲଙ୍କ ସମେତ ଅଧ୍ୟାପକ ରାମଚନ୍ଦ୍ର ମହାନ୍ତି, ଅନୀଲ ସ୍ୱାଇଁଙ୍କ ସମେତ ଅନ୍ୟ ଅଧ୍ୟାପକ ଏବଂ କର୍ମଚାରୀମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I


