ନୂତନ ଡିଏସ୍ଡବ୍ଲୁଙ୍କ ଦାୟିତ୍ୱ ଗ୍ରହଣ
ଛତ୍ରପୁର, (ଦେବଦତ୍ତ ମହାରଣା) : ଶୁଭଶ୍ରୀ ପାତ୍ର ଶୁକ୍ରବାର ଗଞ୍ଜାମ ଜିଲ୍ଲାର ନୂତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ଯାଜପୁର ଜିଲ୍ଲାର ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ । ଗଞ୍ଜାମ ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭାଗର ସମସ୍ତ କାର୍ଯ୍ୟକୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ପ୍ରୟାସ ଜାରି ରହିବ ବୋଲି କହିଛନ୍ତି । ଆଜି ସେ ଦାୟିତ୍ୱ ଗ୍ରହଣ କରିବା ପରେ ଅତିରିକ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସାଧନ ଚନ୍ଦ୍ର ଦାସ, କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ଜିଲ୍ଲାର ସମସ୍ତ ସିଡିପିଓ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରିଥିଲେ ।