ଢୁଙ୍କାପଡା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ଢୁଙ୍କାପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ୨୦ ତାରିଖ ଦିନ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ, ଜୋତା ଓ ମୋଜା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବରାମ ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପୋଷାକ ବଣ୍ଟନ ମେଳାରେ ଅତିଥି ଭାବେ ଏସଏମସି ସଭାପତି ସୂର୍ଯ୍ୟ ନାରାୟଣ ଖଟେଇ, ୱାର୍ଡ ସଭ୍ୟ ସୁରେନ୍ଦ୍ରନାଥ ପ୍ରଧାନ, ଅଙ୍ଗନାୱାଡି କର୍ମୀ ବାସନ୍ତୀ ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ, ଜୋତା ଓ ମୋଜା ବଣ୍ଟନ କରିଥିଲେ। ବରିଷ୍ଠ ସହକାରୀ ଶିକ୍ଷକ କିରଣ କୁମାର ଖଟେଇ ସ୍ୱାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ। ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ସହଯୋଗ କରିଥିବା ବେଳେ ବହୁ ଅଭିଭାବକ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ