ମାନ୍ୟବର ଶ୍ରମ ମନ୍ନ୍ରୀ ଶ୍ରୀକାନ୍ତ ସାହୁ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ରେ ଓଡିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗ ମାନ୍ୟବର ମନ୍ନ୍ରୀ ଶ୍ରୀକାନ୍ତ ସାହୁଙ୍କୁ ଅଧ୍ୟାପକ,ଅଧ୍ୟାପିକା,କର୍ମଚାରୀ ଓ ଛାତ୍ରଛାତ୍ରୀ ବୃନ୍ଦଙ୍କ ପକ୍ଷରୁ ଅଗଷ୍ଟ ୨୨ ତାରିଖ ଦିନ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ମହାବିଦ୍ୟାଳୟର କର୍ମଚାରୀ ସଂଘ, ବାଲିପଦର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ପ୍ରଭୁ ଜଗନ୍ନାଥଙ୍କ ପ୍ରତିମା ପ୍ରଦାନ କରି ମନ୍ତ୍ରୀ ଶ୍ରୀ ସାହୁଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର ଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମାନ୍ୟବର ମନ୍ନ୍ତୀ ଶ୍ରୀକାନ୍ତ ସାହୁ ଛାତ୍ରଛାତ୍ରୀ ବୃନ୍ଦ ଉଚ୍ଚାଭିଳାଷି ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ ହୋଇ ଦେଶ ମାତୃକାର ସେବା କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ସାହୁ କୃତ୍ତିତ୍ୱ ଅର୍ଜନ କରିଥିବା ୧୦ ଜଣ ଛାତ୍ରଛାତ୍ରୀଙ୍କୁ ସିଲଡ଼ ଓ ମାନପତ୍ର ପ୍ରଦାନ କରି ପୁରସ୍କୃତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଇଂ.ଲକ୍ଷ୍ମୀ ପ୍ରସାଦ ନାୟକ, ବାଲିପଦର ଓଆଇସି ସମିର କୁମାର ବେହେରା, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ, କିଶୋର ଚନ୍ଦ୍ର ଗୁରୁ, ଖଲି ପରିଡା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ଶେଷରେ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡକ୍ଟର ବିବେକା ନନ୍ଦ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ମାନ୍ୟବର ମନ୍ନ୍ରୀ ଓ ଅତିଥି ମାନଙ୍କ ଦ୍ବାରା ମହାବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରା ଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ