ପୋଲ ଉପରେ ତିନି ଫୁଟ ପାଣି

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି l ଏନେଇ ବୁଧବାର ରାତ୍ରରେ ଫୁଲବାଣୀ ସହରରେ ଥିବା ଡାକପାଲା ପୋଲ ଉପରେ ତିନି ଫୁଟ ପାଣି ବହୁଥିଲା। ଅସାବଧାନତା ଯୋଗୁଁ ଜଣେ ବାଇକ୍ ଆରୋହୀ ଭାସିଯାଇଥିଲେ। ଖବର ପାଇବା ପରେ ତୁରନ୍ତ ଅଗ୍ନିଶମ ବିଭାଗ ଏବଂ ଟିମ୍ ହ୍ୟୁମାନିଟି କନ୍ଧମାଳ ସଦସ୍ୟ ଉକ୍ତ ବ୍ୟକ୍ତି ଙ୍କୁ ଖୋଜିବାକୁ ଆରମ୍ଭ କରିଥିଲେ। କିନ୍ତୁ ପାଣିର ସୁଅ ଅଧିକ ଥିବାରୁ କାଲି ରାତି ପର୍ଯ୍ୟନ୍ତ ତାଙ୍କର କିଛି ପତ୍ତା ମିଳିପାରି ନ ଥିଲା। ଗୁରୁବାର ସକାଳୁ ପୁଣି ଅଗ୍ନିଶମ କର୍ମଚାରୀ ଏବଂ ଟିମ୍ ହ୍ୟୁମାନିଟି କନ୍ଧମାଳ ର ସଦସ୍ୟଙ୍କ ମିଳିତ ଉଦ୍ୟମରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ବହୁତ ଚେଷ୍ଟା ଆଉ ଉଦ୍ୟମ ପରେ ତୁଡିପାଜୁ ପଞ୍ଚାୟତ କଲାମ୍ବୁର ଗ୍ରାମ ନିକଟସ୍ଥ ନଦୀ କୂଳ କଥାପୋଲ ଠାରେ ଉକ୍ତ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇ ଥିବା ବେଳେ ତାଙ୍କର ପରିଚୟ ମିଳିପାରିନାହିଁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ