କନ୍ଧମାଳରେ ଜିଲ୍ଲା ସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ଷ୍ଟାଡିୟମ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଜିଲା ପ୍ରଶାସନ କନ୍ଧମାଳର ମିଳିତ ଆନୁକୂଲ୍ୟରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏସଡିପିଓ ମହେନ୍ଦ୍ରନାଥ ମୁର୍ମୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ଫୁଟବଲ ପ୍ରଶିକ୍ଷକ ଯଶପାଲ ଉର୍ମା, ଧନୁତିର ପ୍ରଶିକ୍ଷକ ଆଶାରାମ ହସଦା ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ। ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ବକ୍ତୃତା, ଚିତ୍ରାଙ୍କନ, ରଚନା, ଦୌଡ଼କୁଦ, ଲମ୍ବଡିଆଁ, ଭଲିବଲ, ହକି ପ୍ରମୁଖ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପ୍ରତି ଯୋଗିତାରେ ବିଜୟୀ ପ୍ରତିଯୋଗୀଙ୍କୁ ଟ୍ରଫି ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । ବୈଠକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା ସ୍ୱାଗତ ଭାଷଣ ଦେଇଥିବାବେଳେ ଆଶା ରାମ ହସଦା ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ