ଛତ୍ରପୁର ଏନଏସି ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା):ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଏନଏସି ପରିସରରେ ଆଜି ସ୍ୱାୟତ୍ତ ଶାସନ ଦିବସ ଅଧ୍ୟକ୍ଷା ସର୍ମିଷ୍ଠା ପ୍ରଧାନଙ୍କ ପୌରହିତରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ କାର୍ଯ୍ୟାଳୟ ପରିସରରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଯୋଗ ଦେଇ ପତାକା ଉତ୍ତୋଳନ କରାଯାଇଥିଲା । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଗଞ୍ଜାମ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭି. କୀର୍ତ୍ତି ୱାସନ୍ , ଜିଲ୍ଲା ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସଚ୍ଚିଦାନନ୍ଦ ନାୟକ, ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଏନ୍‌. ଗଣେଷ ବାବୁ, ଛତ୍ରପୁର ଥାନାଧିକାରୀ ସତ୍ୟ ରଞ୍ଜନ ପ୍ରଧାନଙ୍କ ସମେତ ସମସ୍ତ କାଉନସିଲର ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ରାଜନଗର ସ୍ଥିତ ଶିଶୁ ଉଦ୍ୟାନ ଲୋକାର୍ପିତ ଏବଂ ପରିବା ଓ ମାଛ ମାର୍କେଟର ଶିଳାନ୍ୟାସ ଅତିଥି ମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିଲା । ପରେ ବସ୍ତି ଅଂଚଳରେ କୁନି କୁନି ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ସରଞ୍ଜାମ, ଫଳ ଓ ବିସ୍କୁଟ ବଣ୍ଟନ କରାଯାଇଥିଲା । ଛତ୍ରପୁର ଏନଏସି ଅଧ୍ୟକ୍ଷା ସର୍ମିଷ୍ଠା ପ୍ରଧାନଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ଅତିଥି ମାନଙ୍କ ଦ୍ୱାରା କୃତି ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପୁରଷ୍କାର ବିତରଣ କରାଯିବା ସହ ସଫେଇ କର୍ମଚାରୀ ମାନଙ୍କୁ ରେନ କୋର୍ଟ ବଣ୍ଟନ କରାଯାଇଥିଲା । ଏହି ଅବସରରେ ଛତ୍ରପୁର ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଏନଏସି କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ