ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ
ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ନଭେମ୍ବର ୦୨ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ପୋଷାକ ବଣ୍ଟନ ମେଳାକୁ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ଵରୀ ଖଟେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପୋଷାକ ବଣ୍ଟନ ମେଳାରେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଖଦାଳ ଖଟେଇ ମୁଖ୍ୟ ଅତିଥି, ଶିକ୍ଷାବିତ ଅନିଲ କୁମାର ମହାରଣା ମୁଖ୍ୟ ବକ୍ତା ଏବଂ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଅନୁପ କୁମାର ପଣ୍ଡା, ସରପଞ୍ଚ ପ୍ରକାଶ ବେହେରା, ସମିତି ସଭ୍ୟ ଜୟଦେବ ପ୍ରଧାନ, ପ୍ରଫୁଲ କୁମାର ପଣ୍ଡା ଓ ସନ୍ତୋଷ କୁମାର ପ୍ରଧାନ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସୁବିଧା ବିଷୟ ପ୍ରକାଶ କରି ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେବା ସହ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ । ଶିକ୍ଷୟିତ୍ରୀ ସୁଶୃମିତା ପ୍ରଧାନ ଓ କମିଟି ସଭ୍ୟ ସନ୍ୟାସୀ ଡାକୁଆ ପ୍ରମୁଖ ସହଯୋଗ କରିଥିଲେ।


