ଜିଲ୍ଲାସ୍ତରୀୀୟ ଓଡିଶା ଆଦର୍ଶ ବିଦ୍ୟାଳୟର ୮ତମ ପ୍ରତିଷ୍ଠା ଦିବସ ସମାରୋହ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଞ୍ଜିଳିକାଟୁ ବ୍ଳକ ଶାସନଆମ୍ବଗାଁ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ବୁଧବାର ଜିଲ୍ଲାସ୍ତରୀୀୟ ଓଡିଶା ଆଦର୍ଶ ବିଦ୍ୟାଳୟର ୮ତମ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଓଏଭି ଜିଲ୍ଲା ସଂଯୋଜକ ତଥା ବିଦ୍ୟାଳୟ ଅଧ୍ୟକ୍ଷ ଅରୁଣ କୁମାର ପଟେଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡା ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିବା ସହ କେବଳ ପ୍ରତିଯୋଗୀତାରେ ଅଂଶ ଗ୍ରହଣ ନକରି ଜଣେ ସଫଳ କ୍ରୀଡାବିତ୍ ଭାବେ ଦେଶର ସୁନାମ ଅର୍ଜନ କରିବା ଲକ୍ଷ୍ୟ ରହିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ବିନିତା ସେନାପତି, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ସାହୁ, ରାଜେଶ ସାହୁ, ଜିଲ୍ଲା ପରିଷଦ ସଭ୍ୟ ଏଳା ସୁଦର୍ଶନ, ହିଞ୍ଜିଳିକାଟୁ ବିଇଓ ଏସ. ଗିରିଧର ଓ ଡି. ବିଶ୍ୱନାଥ ପ୍ରମୁଖ ମଞ୍ଚାସିନ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ୨୨ଟି ବ୍ଳକର ଓଏଭିର ୯୭୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ବକୃତା, ଚିତ୍ରାଙ୍କନ, ପ୍ରବନ୍ଧ ଲିଖନ, ତର୍କ, ସଙ୍ଗୀତ, ଏକକ ନୃତ୍ୟ, ଗୋଷ୍ଠୀ ନୃତ୍ୟ ଭଳି ୨୧ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉଭୟ କନିଷ୍ଠ ଓ ବରିଷ୍ଠ ବିଭାଗର କୃତି ପ୍ରତିଯୋଗୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ଏଥି ସହ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ସକାଶେ ମନୋନୀତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଓଏଭି, ରଙ୍ଗେଇଲୁଣ୍ଡା ଅଧ୍ୟକ୍ଷ ବିଭୁତି ଭୂଷଣ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ ।


