ସାପ କାମୁଡା ରେ ଚାଷୀ ମୃତ
ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ଥାନା ନୂଆ ମଳାଭଞ୍ଜା ଗ୍ରାମର ଜଣେ ଚାଷୀ ସାପ କାମୁଡ଼ା ରେ ମୃତ୍ୟୁବରଣ କରିଛନ୍ତି।ମୃତକ ଜଣକ ହେଲେ ଅଭି ଦୋରା।ସୋମବାର ଅପରାହ୍ନ ପ୍ରାୟ ୪ ଟା ରେ ଅଭି ତାଙ୍କ ଚାଷଜମି କୁ କାମ କରିବାକୁ ଯାଇଥିବା ବେଳେ ଜମି ହିଡରେ ତାଙ୍କ ବାମ ଗୋଡ଼କୁ ଏକ ସାପ କାମୁଡ଼ି ଦେଇଥିଲା। ଆଖପାଖ ରେ ଥିବା ଲୋକେ ତାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କ ସହାୟତା ରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଖବରପାଇ ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଛନ୍ତି।ମଙ୍ଗଳବାର ସେଠାରେ ବ୍ୟବଚ୍ଛେଦ କରାଯିବା ପରେ ମୃତଦେହ କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।


