ହାତୀଓଟ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପ୍ରାଥମି ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଟିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମମତା ମିଶ୍ରଙ୍କ ଅଧକ୍ଷତାରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଥିଲା। ଏହି ପୋଷାକ ଓ ଜୋତା ବଣ୍ଟନ ମେଳାରେ ମୁଖ୍ୟଅତିଥି ଭାବେ ସରପଞ୍ଚଙ୍କ ପ୍ରତିନିଧି ତଥା ସମାଜସେବୀ ସୁଶାନ୍ତ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସମିତିସଭ୍ଯ କାହ୍ନୁ ଚରଣ ସାହୁ,ଏସ୍.ଏମ୍.ସି. ସଭାପତି ରଞ୍ଜନ କୁମାର ପ୍ରଧାନ,ସିଆରସିସି ଲଷ୍ମୀ ନାରାୟଣ ପାଣିଗ୍ରାହୀ, ପଞ୍ଚାୟତର ସମସ୍ତ ୱାର୍ଡମେମ୍ବର ଯୋଗଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ପୋଷାକ ଓ ଜୋତା ବଣ୍ଟନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ