ଜୟୀପୁରା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ୧୧ନମ୍ବର ୱାର୍ଡର ଜୟୀପୁରା ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବୀତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମହାନ୍ତିଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ନଗରପାଳ ସରିତା ସାହୁ ମୁଖ୍ୟ ଅତିଥି, କାଉନସିଲର ପୁଷ୍ପାଞ୍ଜଳି ବସ୍ତିିଆ ମୁଖ୍ୟବକ୍ତା, କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଦଳାଇ, ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ସୁବାଷ ଚନ୍ଦ୍ର ବିଶ୍ୱାଳ, ସି.ଆର.ସି.ସି. ଦେବାଶିଷ ସାହୁ, ମୋ ସ୍କୁଲ ସଭାପତି ହିରଣ୍ୟ କୁମାର ପଣ୍ଡା, ଶିକ୍ଷା କମିଟି ସଭାପତି ଅଶୋକ ବେହେରା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବୀତରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷା କମିଟିର ସମସ୍ତ ସଦସ୍ୟ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ