୪୧୫ ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୨ କୋଟି ୪୫ ଲକ୍ଷ ଟଙ୍କା ଋଣ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା, ପୋଲସରା ବ୍ଲକ ସମ୍ମିଳନୀ କକ୍ଷରେ ଅକ୍ଟୋବର ୧ ତାରିଖ ଦିନ ମିଶନ ଶକ୍ତି ଋଣ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ରାଜ୍ୟ ସରକାରଙ୍କ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁ, ଏବିଡ଼ିଓ ଧର୍ମରାଜ ପରିଡା, ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା,ଓ ସିଡିପିଓ କୁନ୍ତଳା କୁମାରୀ ନାୟକ ଯୋଗ ଦେଇଥିଲେ। ବିପିଏମ ସଞ୍ଜୁ ସାହୁଙ୍କ ସ୍ୱାଗତ ଭାଷଣ ସହ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ଭାବେ ମିଶନ ଶକ୍ତି ବିଭାଗ ସୃଷ୍ଟି କରି ମହିଳା ମାନଙ୍କୁ ଆତ୍ମନିର୍ଭରଶୀଳ କରି ସାରା ଦେଶରେ ଉଦାହରଣ ସୃଷ୍ଟି କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ଯୋଜନାକୁ ଆନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରଶଂସା କରାଯାଇଛି। ଏହି ମେଳାରେ ମାନ୍ୟବର ଶ୍ରମ ମନ୍ତ୍ରୀ ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ୪୧୫ ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୨ କୋଟି ୪୫ ଲକ୍ଷ ଟଙ୍କାର ଋଣ ପ୍ରଦାନ କରିଥିଲେ। ଏହା ଦ୍ୱାରା ମହିଳାମାନେ ନିଜେ ରୋଜଗାର କ୍ଷମ ହୋଇପାରି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ