ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ସଚେତନତା ଶିବିର

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ରାଣୀପେଣ୍ଠ ସ୍ଥିତ ”ନିୟତୀ” ମାନସିକ ଅନଗ୍ରସର ବିଦ୍ୟାଳୟ ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ଶିବିରରେ ପ୍ରାଧିକରଣ ଅଧ୍ୟକ୍ଷ ତଥା ମାନ୍ୟବର ଜିଲ୍ଲା ଦୌରା ଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟ ମୁଖ୍ୟଅତିଥି ରୂପେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଵଳନ କରିବା ସଙ୍ଗେ ସଙ୍ଗେ ଏହି ଦିବସର ଉଦ୍ଦେଶ୍ୟ ବିଷୟରେ ସଚେତନତା କରାଇଥିଲେ।
ସମ୍ମାନୀତ ଅତିଥି ଭାବେ ଜଜ୍ , ପରିବାର ଅଦାଲତ , ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , ସଚିବ , ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଶ୍ରୀ ରବି ନାରାୟଣ ବେହେରା ଓ ଦ୍ୱିତୀୟ ବିଚାର ବିଭାଗୀୟ ଅଧିକାରୀ , ଶ୍ରୀ ଶୁଭଜିତ ବେହେରା ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସଭାପତି , ”ନିୟତୀ” ବିଦ୍ୟାଳୟ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ଆଇନ ସେବା ପ୍ରାଧିକରଣର କର୍ମଚାରୀ ମାନେ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ