ଦୁର୍ଘଟଣାରେ ମୃତ୍ୟୁ : ସମବେଦନା ଜଣାଇଲେ ମନ୍ତ୍ରୀ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ଭାଗବାନପୁର ଗ୍ରାମର ରାକେଶ ଡାକୁଆ(୨୩) ସଡକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ। ଖବର ଶୁଣିବା ପରେ ପୋଲସରା ବିଧାୟକ ତଥା ରାଜ୍ୟ ସରକାରଙ୍କ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଅକ୍ଟୋବର ୧୫ ତାରିଖ ଦିନ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ମନ୍ତ୍ରୀଙ୍କ ସହ ବୁଗୁଡା ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରା, ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଭାଗବାନପୁର ସରପଞ୍ଚ ସୁଶାନ୍ତ କୁମାର ପ୍ରଧାନ, କେ.ନୀଳମାଧବ ଆଚାରୀ, ବରୁଣ ସେନାପତି ପ୍ରମୁଖଙ୍କ ସମେତ ଗ୍ରାମବାସୀ ଓ ବହୁ ବିଜେଡି କର୍ମୀ ଓ ନେତା ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ