କ୍ଷତ୍ରିୟବରପୁର କଲେଜ୍ ରେ ବିଶ୍ୱ ହାତଧୁଆ ଦିବସ ପାଳିତ
ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁବ ରେଡକ୍ରସ ତରଫରୁ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି |ଏଥିରେ ଅବସର ପ୍ରାପ୍ତ ଅଧ୍ୟକ୍ଷ ସୂର୍ଯ୍ୟକାନ୍ତ ମହାନ୍ତି ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ହାତ ଧୂଆର ଆବଶ୍ୟକତା ସମ୍ପର୍କରେ କହିଥିଲେ |ଅଧ୍ୟକ୍ଷ ବି ଗୋବିନ୍ଦ ରାଓ ସଭାପତିତ୍ବ କରିଥିଲେ |ଯୁବ ରେଡ଼କ୍ରସ ଉପଦେଷ୍ଟା ସୁଶାନ୍ତ କୁମାର ଲେଙ୍କା ସ୍ୱାଗତ ଭାଷଣ ଦେଇଥିଲେ |ପ୍ରାଧ୍ୟାପକ ବିଷ୍ଣୁ ପ୍ରସାଦ ପଟ୍ଟନାୟକ, କୁମୁଦ ଚନ୍ଦ୍ର ମହାପାତ୍ର, ଦିପୁ ଭୂୟାଁ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ |ଶେଷରେ ହାତଧୁଆର କୌଶଳ ସମସ୍ତଙ୍କ ଆଗରେ ପ୍ରଦର୍ଶନ କରାଯାଇଥିଲା |


