କୁମାରବେଗପଲ୍ଲୀରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ବ୍ଲକ ଅନ୍ତର୍ଗତ କୁମାରବେଗପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଆରସିସି ରମେଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁମାରବେଗପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଭାପତି ମନୋଜ ଦାସ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ମୀତା ରାଣୀ ବେହେରା, ନମ୍ରତା ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ କୁମାରବେଗପଲ୍ଲୀ କ୍ଲଷ୍ଟରର ୯ ଟି ବିଦ୍ୟାଳୟର ପ୍ରାୟ ୯୦ ଜଣ ଛାତ୍ରଛାତ୍ରୀ ଚିତ୍ରାଙ୍କନ, ପ୍ରବନ୍ଧ, ନୃତ୍ୟ, ଗୀତ ଭଳି ବିଭିନ୍ନ ପ୍ରତି ଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ସ୍କୁଲ କମିଟିର ସଦସ୍ୟ ଅଭିମନ୍ୟୁ ଛଟେଇ ପରିଚାଳନାରେ ସହ ଯୋଗ କରିଥିବା ବେଳେ ସହ ଶିକ୍ଷୟତ୍ରୀ ସସ୍ମିତା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ । କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।