ଲୁକାୟିତ ପ୍ରତିଭା ଆବିଷ୍କାର କରୁଛି ସୁରଭି କାର୍ଯ୍ୟକ୍ରମ

ବୁଗୁଡା, (ଅନିଲ କୁମାର ମହାରଣା):ଛାତ୍ରଛାତ୍ରୀମାନଙ୍କ ଲୁକାୟିତ ଥିବା ପ୍ରତିଭାକୁ ଆବିଷ୍କାର କରୁଛି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ଦ୍ୱରା କାର୍ଯ୍ୟକାରୀ ହେଉଥିବା ସୁରଭି କାର୍ଯ୍ୟକ୍ରମ। ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା କ୍ଲଷ୍ଟର ପକ୍ଷରୁ ଅକ୍ଟୋବର ୨୧ ତାରିଖ ଦିନ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ସଭା ମଣ୍ଡପରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା ପ୍ରଦୀପ ପ୍ରଜ୍ଜ୍ୱଳନ କରି ସୁରଭି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୁରଭି କାର୍ଯ୍ୟକ୍ରମରେ ମାଣିତରା କ୍ଲଷ୍ଟର ଅନ୍ତର୍ଗତ ୧୪ ଗୋଟି ବିଦ୍ୟାଳୟର ଛତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ବୃନ୍ଦଙ୍କ ମଧ୍ୟରେ ଚିତ୍ରାଙ୍କନ, ବକୃତା, ପ୍ରବନ୍ଧ, ସଙ୍ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଭୃତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରଧାନ ଶିକ୍ଷକ ଶ୍ରୀ ମହାରଣା ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଶିକ୍ଷାବିତ ଅନିଲ କୁମାର ମହାରଣା ଓ କାମରାଜୁ ସାହାଣୀ ଅତିଥି ଭାବେ ଯୋଗଦେଇ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ସହକାରୀ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ସଂଯୋଜନା କରିଥିବା ବେଳେ ଉପସ୍ଥିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ