ରୋହିଆ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ନାଉଗାଁ ବ୍ଲକ ଅନ୍ତର୍ଗତ ରୋହିଆ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ରୋହିଆ ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ସହଦେବ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ବେହେରାଙ୍କ ସଭାପତିତ୍ୱରେ ଆନୁଷ୍ଠାନିକ ଭାବରେ ପ୍ରଦ୍ୱୀପ ପ୍ରଜ୍ଜ୍ୱଳନ କରାଯିବା ସହ କାର୍ଯ୍ୟକ୍ରମର ଉଦଘାଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା, ସଂଗୀତ ଗାନ, ନୃତ୍ୟ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ହସ୍ତାକ୍ଷର ଲିଖନ, ସୃଜନାତ୍ମକ ଲିଖନ ପରି ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୋଟ୍ ୬୭ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ କାର୍ଯ୍ୟକ୍ରମକୁ ଶିକ୍ଷକ ମିନାକ୍ଷୀ ସେନାପତି, ମାନସୀ ସ୍ୱାଇଁ, ନିରୁପମା ବାରିକ, ସୁଶାନ୍ତ ଜେନା, କବିତା ମଂଜରୀ ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ