ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ରୂପାନ୍ତରିକରଣ ଶିଳାନ୍ୟାସ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ନାଉଗାଁ ବ୍ଲକ ଗାରୋଇସ୍ଥିତ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ରୂପାନ୍ତରିକରଣ ଶିଳାନ୍ୟାସ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ଜଗତସିଂହପୁର ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଳାନ୍ୟାସ କରିଥିଲେ । ତାଙ୍କ ସହିତ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ ଭୋଇ, ନାଉଗାଁ ବ୍ଲକ ଜୋନ-୨ର ମମତା ପରିଡା, ପଂଚାୟତ ସମିତି ଅଧ୍ୟକ୍ଷା ତୃଷ୍ଣା ଲେଙ୍କା, ଉପାଧ୍ୟକ୍ଷ ସୁଜିତ ପୁହାଣ ପ୍ରମୁଖ ଉପସ୍ଥିତ ଥିଲେ । ପରେ ବିଦ୍ୟାଳୟର ଭାରାପ୍ରାପ୍ତ ପ୍ରଧାନ ଶିକ୍ଷକ ରବିନ୍ଦ୍ର ସ୍ୱାଇଁଙ୍କ ପୌରୋହିତ୍ୟରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଜଗତସିଂହପୁର ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଜିଲ୍ଲା କଳା ଉତ୍ସବରେ ବିଦ୍ୟାଳୟର ଛାତ୍ର ବିସ୍ମୟ ନାୟକ ଚିତ୍ରାଙ୍କନରେ ଓ ଛାତ୍ରୀ ନିବେଦିତା ବିଶ୍ୱାଳ ଲୋକନୃତ୍ୟରେ କୃତିତ୍ୱ ଅର୍ଜନ କରିଥିବାରୁ ବିଦ୍ୟାଳୟ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଶିକ୍ଷକ ସୁକାନ୍ତ କୁମାର ଲେଙ୍କା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କ୍ରିଡା ଶିକ୍ଷକ ପବିତ୍ର କୁମାର ସ୍ୱାଇଁ କାର୍ଯ୍ୟକ୍ରମର ଆଭିମୂଖ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ