ବୁଗୁଡା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ” ସୁରଭି ୨୦୨୨” ନଭେମ୍ବର ୩ ତାରିଖ ଦିନ ବୁଗୁଡା ଶ୍ରୀ ଶ୍ରୀ ଶ୍ରୀ ବିରଞ୍ଚିନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ସୁରଭି କାର୍ଯ୍ୟକ୍ରମରେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିବା ବେଳେ ବୁଗୁଡା ବିଇଓ କବିବର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ସମ୍ମାନୀତ ଅତିଥି ଭାବେ ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ଉପାଧ୍ୟକ୍ଷ ଗୀତାଞ୍ଜଳୀ ପାଢ଼ୀ, ବୁଗୁଡା ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଶେରଗଡ଼ ବ୍ଲକ ବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ପ୍ରମୁଖ ଯୋଗଦେଇଥିଲେ। ବୁଗୁଡା ବ୍ଲକ ଓ ଏନଏସି ର ୧୧ ଗୋଟି କ୍ଲଷ୍ଟର ସ୍ତରୀୟ ସୁରଭି ପ୍ରତିଯୋଗିତାରେ ଯେଉଁମାନେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ସେହି ଛାତ୍ରଛାତ୍ରୀ ବୃନ୍ଦ ଏହି ବ୍ଲକ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ବ୍ଲକ ସ୍ତରରେ ଅନୁଷ୍ଠିତ ଏହି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ବକୃତା, ଚିତ୍ରାଙ୍କନ, ପ୍ରବନ୍ଧ ଲିଖନ, ସଙ୍ଗୀତ ପ୍ରଭୃତି ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗୀତ ଅନୁଷ୍ଠିତ ହୋଇଥିଲା। ବ୍ଲକ ସ୍ତରରେ ଯେଉଁ ଛାତ୍ରଛାତ୍ରୀ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ସେମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ। ୧୧ ଜଣ ସିଆରସିସି ଓ ଗାଇଡ଼ ଟିଚେର ମାନେ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ