ଜିଲ୍ଲାସ୍ତରୀୟ ୪ର୍ଥ  ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷ’ରୁ ଜିଲ୍ଲା ସ୍ତରୀୟ ୪’ର୍ଥ  ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ।ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା  ଦୌରାଜଜ’ଙ୍କ କୋର୍ଟ ପରିସର’ରେ ଆଜି  ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷ’ରୁ ବର୍ଷ’ର ୪’ର୍ଥ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣ’ଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି।ଏହି ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ’ରେ ଗଜପତି ଜିଲ୍ଲା  ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ପରିଚାଳନା କରିଥିଲେ ।ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ’ରେ ବିଭିନ୍ନ ପ୍ରକାର’ର ବିଚାରଧୀନ ଥିବା ଓ ପ୍ରାକ୍ ମକଦ୍ଦମା ମାମଲା’ର ତ୍ୱରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଙ୍କ୍ ମାନ ପ୍ରତିଷ୍ଠା କରା ଯାଇଥିଲା।ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ’ରେ ପ୍ରାୟତଃ ସମସ୍ତ ପ୍ରକାର’ର ମକଦ୍ଦମା ଯଥା: ବ୍ୟାଙ୍କ୍ ସମ୍ବନ୍ଧୀୟ , ଦେୱାନୀ , ଫୌଜଦାରୀ , ଜମିଜମା , ପରିବାର ଓ ବିବାହ ବିଚ୍ଛେଦ ,  ମୋଟର ଗାଡି ଜନିତ ଓ ପ୍ରାକ୍ ମକଦ୍ଦମା ସମାଧାନ ଯୋଗ୍ୟ କେଶ ଗୁଡ଼ିକ’ର ସମାଧାନ କରା ଯାଇଥିଲା । ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ’ରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି ,  ଅତିରିକ୍ତ ଜିଲ୍ଲା  ଦୌରାଜଜ ଶ୍ରୀ ପ୍ରଦୀପ କୁମାର ସାମଲ , ଉପଖଣ୍ଡିୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ବର୍ଷା ଶର୍ମା  , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ମାନସ କୁମାର ପଣ୍ଡା , ଆଇନସେବା  ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା , ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ ,  ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭଜିତ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।।ସେହିପରି ଭାବେ ରା: ଉଦୟଗିରି କୋର୍ଟ  ମୋହନା ଓ କାଶୀନଗର କୋର୍ଟ ରେ  ଆୟୋଜିତ ଲୋକ ଅଦାଲତ କାର୍ଯ୍ୟକ୍ରମ’ରେ ସଂପୃକ୍ତ ବିଚାରପତି ମାନେ   ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ’ରେ ସମୁଦାୟ ୧୧ ହଜାର ୨୧୯ ଟି କେଶର ତ୍ୱରିତ ବିଚାରକୁ ନିଆଯାଇ ମୋଟ ୯ ହଜାର ୩୫୫ ଟି କେଶର ସମାଧାନ କରାଯାଇ ସର୍ବମୋଟ ୧୨ ଲକ୍ଷ ୭୪ ହଜାର ଟଙ୍କା ଆଦାୟ କରା ଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ