ବିଭିନ୍ନ ସ୍କୁଲରେ ଶିଶୁ ଦିବସ ପାଳିତ
ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ବିଭିନ୍ନ ସ୍ଥାନରେ ଆଜି ପବିତ୍ର ଶିଶୁ ଦିବସ ପାଳିତ ହୋଇଯାଇଛି । ସିଙ୍ଗଡୋବ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବିନ୍ଦ୍ର କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଚିତ୍ରସେନ ଖଟୁଆ, ଉପସଭାପତି ଅମରେଶ୍ୱର ଖଟୁଆ, ଅଭିନ୍ନ ଖଟୁଆ, ବାସନ୍ତୀ ଅମାନ୍ତ, ମମତା ଦେହୁରୀ, ରୀନା ଖଟୁଆ, ୱାର୍ଡସଭ୍ୟା ଜୟନ୍ତି ଖଟୁଆ, ଲକ୍ଷ୍ମଣ ଖଟୁଆ, ଅର୍ଜୁନ ଦେହୁରୀ, ଅଙ୍ଗନବାଡି କର୍ମୀ ସଂଯୁକ୍ତା ଦେଇ, କିର୍ତ୍ତନ ଖଟୁଆ ପ୍ରମୁଖ ଯୋଗଦେଇ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିବା ସହିତ ଶିଶୁ ମାନେ ଦେଶର ଭବିଷ୍ୟତ, ଶିଶୁ ହସିଲେ ଆମେ ହସିବା ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗୀତା କରାଯାଇ ପୁରସ୍କାର ପ୍ରଦାନ କରାଯାିଥିଲା । ଏହି ଅବସରରେ ବିଦ୍ୟାଳୟରେ ନୁତନ କରି ଯୋଗଦେଇଥିବା ଶିକ୍ଷକ ଅନିରୁଦ୍ଧ ବିଶ୍ୱାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା । ସହକାରୀ ଶିକ୍ଷୟତ୍ରୀ ଆରତୀ ଦେହୁରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସେହିପରି ଶାସଙ୍ଗ ହାଇସ୍କୁଲରେ ପ୍ରଧାନ ଶିକ୍ଷକ ନବ କିଶୋର ବିଶ୍ୱାଳଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷକ ରାଧାକୃଷ୍ଣ ପତି, ଶିଶିର କୁମାର ବିଶ୍ୱାଳ, ମାଧବାନନ୍ଦ ଜେନା, ପଦ୍ମନାଭ ପଣ୍ଡା, ଶାନ୍ତନୁ କୁମାର ରାଉତ, ପ୍ରଦୀପ କୁମାର ସ୍ୱାଇଁ ପ୍ରମୁଖ ଯୋଗଦେଇ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସମ୍ପର୍କରେ ବକ୍ତବ୍ୟ ରଖିବା ସହିତ ଛାତ୍ରଛାତ୍ରୀମାନେ ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଥିଲେ । ରମେଶ ଚନ୍ଦ୍ର ନାୟକ, ସତ୍ୟବ୍ରତ ବିଶ୍ୱାଳ, ପର୍ଶୁରାମ ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


