ଲାଇନ ମ୍ୟାନ ଲାଞ୍ଚ ନେଉଥିବାବେଳେ ଧରିଲା ଭିଜିଲାନ୍ସ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ଟିପିଏସଓ ଡିଏଲର ଲାଇନ ମ୍ୟାନ କାଳୁ ଚରଣ ପଲାଇ ନୂତନ ବିଦ୍ୟୁତ ସଂଯୋଗ ଦେବା ପାଇଁ ଶୁକ୍ରବାର ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ଅଧିକାରୀ ମାନେ ଘଟଣା ସ୍ଥଳରେ ଟଙ୍କା ଜବତ କରିବା ସହ ଗିରଫ କରିଥିଲେ । ଲାଇନମ୍ୟାନ ପଲାଇ ଟିକାବାଲି ବ୍ଲକର ଛତିଝର ଗ୍ରାମର ରୀଙ୍କୁ ଭୁକ୍ତା ନାମକ ଜଣଙ୍କ ଠାରୁ ନୂତନ ବିଦ୍ୟୁତ ସଂଯୋଗ କରାଇଦେବାଲାଗି ଆଜି ରିଙ୍କୁଙ୍କ କିରାନା ଦୋକାନକୁ ଯାଇ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବାବେଳେ ସେଠାରେ ଲୁଚି କରି ରହିଥିବା ଭିଜିଲାନ୍ସ ଅଧିକାରୀ ମାନେ ମାଡ଼ିବସିଥିଲେ । ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜ୍ଜୁ କରାଯିବା ସହ ଅଧିକ ତଦନ୍ତ ଜାରି ରହିଥିବା ବିଷୟ ଫୁଲବାଣୀ ଭିଜିଲାନ୍ସ ଡିଏସପି ଅରୁଣ କୁମାର ନାୟକ ପ୍ରକାଶ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ