ଅଗ୍ନିକାଣ୍ଡରେ ୨ ବଖରା ପୋଡି ପାଉଁଶ
କେନ୍ଦ୍ରାପଡା ,(ଯୁଗାବ୍ଦ ନ୍ୟୁଜ୍): ଆକସ୍ମିକ ଅଗ୍ନିକାଣ୍ଡରେ ୨ ବଖରା ଚାଳ ଛପର ଘର ପୋଡି ପାଉଁଶ ହୋଇଯାଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଞ୍ଚାୟତର ବାଇପୁର ଗ୍ରାମରେ ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଧୃବ ଚରଣ ପ୍ରଧାନଙ୍କ ଘରେ ନିଆଁ ଲାଗି ତାଙ୍କର ୨ ବଖରା ଚାଳ ଘର ସହିତ ଘରେ ଥିବା ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ଖବର ପାଇ କେନ୍ଦ୍ରାପଡା ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ରୋଷେଇ ଚୁଲାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି ।