ଇତିହାସ ବିଭାଗ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ପିପୁଲସ କଲେଜର ଇତିହାସ ବିଭାଗର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ଦ୍ଵିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀ ନଭେମ୍ବର ୩୦ ତାରିଖ ଦିନ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବା ଜଣାପଡ଼ିଛି। ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ପ୍ରିନ୍ସପାଲ ରଜନୀକାନ୍ତ ଦାଶ ଅଧ୍ୟକ୍ଷତା କରିଥିଲେ। ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସମାଜସେବୀ କେ.ନୀଳମାଧବ ଆଚାରୀ, ଅଧ୍ୟାପକ ହରେକୃଷ୍ଣ ନାୟକ ଯୋଗଦେଇଥିଲେ। ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଡ଼ଃ ପ୍ରଦୀପ କୁମାର ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଇତିହାସ ବିଭାଗ ଅଧ୍ୟାପକ ରବୀନ୍ଦ୍ରନାଥ ପୋଲାଇ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଇତିହାସ ବିଭାଗର ନୀତି ନିୟମ ବିଷୟରେ ପ୍ରକାଶ କରିଥିଲେ। ପ୍ରଥମ ବର୍ଷ ଛାତ୍ରଛାତ୍ରୀ ନିଜ ନିଜର ପରିଚୟ ପ୍ରଦାନ କରିଥିବା ବେଳେ ଦ୍ଵିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଥିଲେ। ଅତିଥି ବୃନ୍ଦ ନିଜ ବକ୍ତବ୍ୟ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ଉତ୍ତମ ନାଗରିକ ହେବାକୁ ବିଭିନ୍ନ ପ୍ରକାର ଉପଦେଶ ପ୍ରଦାନ କରିବା ସହ ଶିକ୍ଷା ଗ୍ରହଣ ପାଇଁ ଆଗ୍ରହୀ ହେବା ପାଇଁ ପରାମର୍ଶ ଦେଇଥିଲେ। ଇତିହାସ ବିଭାଗର ଅନ୍ୟତମ ଅଧ୍ୟାପିକା ରଶ୍ମିତା କୁମାରୀ ପଟ୍ଟନାୟକ ଧନ୍ୟବାଦ ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ